ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷକୁ ବୃଦ୍ଧି

ଭୁବନେଶ୍ୱର,୧୫ା୧୨:ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି।  ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି।  ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢ଼ିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।୨୦୨୪ ଜାନୁଆରୀ ୧ରୁ ୨୦୨୮ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇଛି। ଏହାଦ୍ବାରା ୧୦ ଲକ୍ଷ ହିତାଧିକାରୀ ଆଉ ୫ ବର୍ଷ ଯାଏଁ ମାସକୁ ୫ କେଜି ଲେଖାଏଁ ମାଗଣା ଚାଉଳ ପାଇବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!