ଭୁବନେଶ୍ୱର ୧୬ା୧୨ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ଆଖପାଖରେ ଥିବା ବେଳେ କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅସହ୍ୟ ଜାଡ଼ରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି| ଶୀତରେ ଥରୁଛି ସାରା ଓଡିଶା। ୧୦ ଡିଗ୍ରୀ ତଳେ ୬ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୮.୩ ଡିଗ୍ରୀ ସହ କିରେଇ ସବୁଠାରୁ ଥଣ୍ଡା ସହର। ଜି.ଉଦୟଗିରି ୮.୪, ଫୁଲବାଣୀ ୮.୫, କୋରାପୁଟ ୯.୫, ରାଣୀତାଲ ୯.୬, ରାଉରକେଲା ୯.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱର ୧୩.୨ ଓ କଟକ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ କରାଯାଇଛି।ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଲଗାତାର ତାପମାତ୍ରା କମିବାରେ ଲାଗିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ଡିଗ୍ରୀ ତଳେ ୧୦ ସହରର ରାତ୍ରି ତାପାମାତ୍ରା ରହିଛି। । ବଢୁଛି ଶୀତର ପ୍ରକୋପ । ସ୍ୱାଭାବିକ ଠାରୁ ୨ରୁ ୩ ପ୍ରତିଶତ ତାପମାତ୍ରା କମ ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |