ଭୁବନେଶ୍ବର,୧୬।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।ପୁରୀ ଜିଲାରେ ହେବ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀା ସିଏମଓରେ ଜନଶୁଣାଣି ପରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି। ବ୍ରହ୍ମଗିରୀ, କୃଷ୍ଣପ୍ରସାଦ, କଣାସ ଓ ପୁରୀ ସଦର ବ୍ଲକରେ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ହେବା ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବା ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ସ୍ଥାନ ନିରୂପଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ପୁରୀ ଜିଲ୍ଲାର ବିଭିନ୍ନ ଗ୍ରାମପଞ୍ଚାୟତରେ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ପ୍ରସ୍ତାବ ଆସିଥିଲା। ଜନଶୁଣାଣୀ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ବ୍ରହ୍ମଗିରୀ ବ୍ଲକର ଚାପମାଣିକ, ରେବଣା-ନୂଆଗାଁ, ବଡ ଦିଆଣ୍ଡି ଗ୍ରାମପଞ୍ଚାୟତ, କୃଷ୍ଣପ୍ରସାଦ ବ୍ଲକର ନୂଆପଡା ଓ ବଡନଳା ଗ୍ରାମପଞ୍ଚାୟତ, କଣାସ ବ୍ଲକର ବିଜିପୁର ଗ୍ରାମପଞ୍ଚାୟତ ଓ ପୁରୀ ସଦର ବ୍ଲକର ରାଇଗୋରଡା ଆଦି ଗ୍ରାମପଞ୍ଚାୟତମାନଙ୍କରେ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପ୍ରତ୍ୟେକ ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ପାଇଁ ୨ କୋଟି ଟଙ୍କା ହିସାବରେ ସମୁଦାୟ ୧୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରସ୍ତାବିତ ଏହି ବାତ୍ୟା ଆଶ୍ରୟ ସ୍ଥଳୀଗୁଡିକର ନିର୍ମାଣ ଦାୟିତ୍ୱ ଗ୍ରାମ ଉନ୍ନୟନ ବିଭାଗକୁ ନ୍ୟସ୍ତ କରାଯାଇଛି।୫ଟି ଅଧ୍ୟକ୍ଷଙ୍କ ପୁରୀ ଜିଲା ଗସ୍ତ ସମୟରେ ଏନେଇ ପ୍ରସ୍ତାବ ଆସିଥିଲା। ଗ୍ରାମ ଉନ୍ନୟନ ବିଭାଗକୁ ଆଶ୍ରୟସ୍ଥଳୀ ନିର୍ମାଣର ଦାୟିତ୍ୱ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |