ଭୁବନେଶ୍ୱର,୧୮।୧୨ :ଶୀତରେ ଥରୁଛି ସାରା ରାଜ୍ୟ। କଗତକାଲି ରାତିରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଥିଲା। ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଫଳରେ ଶୀତରେ ଥରହର ହେଉଛନ୍ତି ଲୋକେ।ଗତ ରାତିରେ କନ୍ଧମାଳ ଫୁଲବାଣୀ ଓ ଜି. ଉଦୟଗିରିରେ ତାପମାତ୍ରା ୮ ଡିଗ୍ରୀକୁ ଖସିଆସିଛି । ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।କନ୍ଧମାଳ ଫୁଲବାଣୀ ଓ ଜି. ଉଦୟଗିରିରେ ତାପମାତ୍ରା ୮ ଡିଗ୍ରୀକୁ ଖସି ଆସିଲାଣି। ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।ଆଜି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଏବଂ ମୟୂରଭଂଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |