ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

କେନ୍ଦ୍ରାପଡା,୧୮।୧୨: ଦିନିକିଆ କେନ୍ଦ୍ରାପଡ଼ା ଗସ୍ତରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ରାଜନଗର ବ୍ଲକ କେରେଡାଗଡ଼ରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି ବୋଲି ଜନତାଙ୍କୁ କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ୬୦ ଦିନ ଭିତରେ ଆରମ୍ଭ ହେଲା ସେତୁ କାମ । ନିର୍ଦ୍ଧାରିତ ସମୟ ଆଗରୁ କାମ ସାରିବାକୁ ଲକ୍ଷ୍ୟ ରହିଛି । ସାତଭାୟା ପାଇଁ ୨୨.୫୦ କୋଟି ମଂଜୁର ହୋଇଛି । ବାୟାବାବା ମଠ ପାଇଁ ୪.୯୫ କୋଟି । ଜଗନ୍ନାଥ ମନ୍ଦିର ପାଇଁ ୩.୩ କୋଟି ମଂଜୁର ହୋଇଛି । ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତାରୁ ୧୧.୭୫ କୋଟି ମଂଜୁର । ୬ ମାସରେ ରାଜନଗର ୧୩୫ କୋଟି ପାଇଛି ବୋଲି କହିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!