ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ,୧୯।୧୨: ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦଏ ନେଇ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!