ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୨୦।୧୨: ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ|ଗ୍ରେଡ ପେ’ ୪୨ ଶହକୁ ବୃଦ୍ଧି ଦାବିରେ ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିବା ରାଜ୍ୟବ୍ୟାପୀ ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ ରହିଛି। ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରଖିଥିବା ନେଇ ସୂଚନା ମିଳିଛି । ୧୦ ଦିନ ମଧ୍ୟରେ ଦାବି ପୂରଣ ଲାଗି ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ସ୍ଥଗିତ ରହିଛି। ଏନେଇ ମିଳିତ ଅମଲା ମଞ୍ଚର ଆବାହକ ଚିତ୍ତରଞ୍ଜନ ତରାସିଆ ସୂଚନା ଦେଇଛନ୍ତି।ଆଜିଠୁ ସମୂହ ଛୁଟିରେ ଯିବାକୁ ନିଷ୍ପତ୍ତି ନେଇଥିଲେ ୩୦ ହଜାର ଅମଲା। ଗ୍ରେଡ ପେ’ ୪୨ ଶହକୁ ବୃଦ୍ଧି ଦାବିରେ ଅନିର୍ଦ୍ଦିଷ୍ଟ କାଳ ଯାଏଁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବାକୁ ରାଜ୍ୟ ସରକାରଙ୍କ ୩୨ଟି ବିଭାଗର ଅମଲା ଚେତାବନୀ ଦେଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!