ଭୁବନେଶ୍ୱର ,୨୦।୧୨: ଆସିଛି ଏକ ବଡ଼ ଦୁଃଖ ଖବର । ରାଜ୍ୟର ଜଣେ ବରିଷ୍ଠ ଆଇନଜୀବୀଙ୍କ ବିୟୋଗ ଘଟିଛି । ପୂର୍ବତନ ସରକାରୀ ଓକିଲ ତଥା ବରିଷ୍ଠ ଆଇନଜୀବୀ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି । ଶ୍ରୀ ପଟ୍ଟନାୟକ ଓକିଲାତି କ୍ଷେତ୍ରରେ ଯଥେଷ୍ଟ ସୁନାମ ଅର୍ଜନ କରିଥିଲେ । ସେ ପୂର୍ବରୁ ରାଜ୍ୟ ସରକାରଙ୍କର ସରକାରୀ ଓକିଲ ଭାବେ କାର୍ଯ୍ୟ କରିଥିଲେ । ତାଙ୍କର ମୃତ୍ୟୁରେ ରାଜ୍ୟର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |