ଜଳଯୋଗାଣ ସୁବ୍ୟବସ୍ଥା ପାଇଁ ୨୦ ଲକ୍ଷ ମଞ୍ଜୁର

କେନ୍ଦ୍ରାପଡା,୨୦।୧୨: ୨୪ ଘଣ୍ଟାରେ ସମସ୍ୟା ସମାଧାନ। କେନ୍ଦ୍ରାପଡା ଜିଲ୍ଲା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତରେ ୨ଟି ପାଣି ଟାଙ୍କି ସ୍ଥାପନ କରାଯିବ।ଦୁଇ ଦିନ ତଳେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇଥିଲେ ଓ କେରେଡାଗଡବାସୀଙ୍କ ଏହି ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବା ପରେ ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ୨ଟିର କାର୍ଯ୍ୟ ଯଥାଶୀଘ୍ର ସମ୍ପନ୍ନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!