ଭୁବନେଶ୍ବର,୨୨।୧୨: ପ୍ରକାଶ ପାଇବ ରାଜ୍ୟରେ ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ । ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପଦ୍ଧତି ଆରମ୍ଭ ହୋଇଛି। ୨୩ ଗୋଟି ଭିନ୍ନଭିନ୍ନ ବିଷୟ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଏହି ନିଯୁକ୍ତି ଦିଆଯିବ। ପୂର୍ବରୁ ୫୦ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏହି ଚୟନ ଶେଷ ହେବା ପରେ ଉଚ୍ଚ ଶିକ୍ଷା ବିଭାଗରୁ ଆସି ଶିକ୍ଷାଦାନ କରୁଥିବା ଅତିଥି ଅଧ୍ୟାପକମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗକୁ ଫେରାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |