ଫ୍ରାନ୍ସ ରାଷ୍ଟ୍ରପତି ହେବେ ସାଧାରଣତନ୍ତ୍ର ଦିସବରେ ମୁଖ୍ୟ ଅତିଥି

ନୂଆଦିଲ୍ଲୀ,୨୨।୧୨: ଦେଶର ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ୟୁଏଲ ମାକରନ। ଭାରତ ପକ୍ଷରୁ ତାଙ୍କୁ ଏଥିପାଇଁ ନିମନ୍ତ୍ରଣ କରାଯାଇଛି। ସେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ଜଣାପଡ଼ିଛି। କିନ୍ତୁ ଏନେଇ ବିଧିବଦ୍ଧ ଭାବେ କୌଣସି ଘୋଷଣା କରାଯାଇ ନାହିଁ।ଏହାପୂର୍ବରୁ ଭାରତ ସରକାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ। କିନ୍ତୁ କାର୍ଯ୍ୟ ବ୍ୟସ୍ତତା ଯୋଗୁ ବାଇଡେନ ଭାରତର ଅନୁରୋଧକୁ ରକ୍ଷା କରି ପାରି ନଥିଲେ। ତେଣୁ ମାକରନଙ୍କୁ ଭାରତ ସରକାର ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ନିମନ୍ତ୍ରଣ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!