ରାଜନଗର, ୨୨ା୧୨ : ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷେଧ କରାଯାଇଛି। ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |