ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ ଡକ୍ଟର ଅଜୟ କୁମାର

ନୂଆଦିଲ୍ଲୀ ,୨୩।୧୨:୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାକୁ ଫୋକସ୍‌ କଲା କଂଗ୍ରେସ । ବଦଳିଲେ ପିସିସିର ପ୍ରଭାରୀ । ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ ନିଯୁକ୍ତ କରିଛି କଂଗ୍ରେସ । ଡକ୍ଟର ଅଜୟ କୁମାରଙ୍କୁ ଓଡ଼ିଶା ପିସିସିର ନୂଆ ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି ।ଏହା ପୂର୍ବରୁ ଚେଲ୍ଲା କୁମାର ଥିଲେ ଓଡ଼ିଶା ପିସିସି ପ୍ରଭାରୀ । ତାଙ୍କ ସ୍ଥାନରେ ଡକ୍ଟର ଅଜୟ କୁମାରଙ୍କୁ ନିଯୁକ୍ତ କରିଛି କଂଗ୍ରେସ । ଅଜୟଙ୍କୁ ଓଡ଼ିଶା ସହ ତାମିଲନାଡୁ ଓ ପୁଡୁଚେରୀର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେପଟେ ଚେଲ୍ଲା କୁମାରଙ୍କୁ ମେଘାଳୟ, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ପ୍ରଭାରୀ ଦାୟିତ୍ୱ ଦେଇଛି ଦଳ ।ଆଗକୁ ସାଧାରଣ ନିର୍ବାଚନ ଥିବାବେଳେ ତାହାକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିରପେକ୍ଷୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀ ଭାବେ ଡ.ଅଜୟ କୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ଓଡ଼ିଶା ପ୍ରଭାରୀ ଥିବା ଚେଲା କୁମାରଙ୍କ ସ୍ଥାନ ଡ.ଅଜୟ କୁମାର ନେଇଛନ୍ତି। ଝାଡ଼ଖଣ୍ଡ ଜାମସେଦପୁରର ପୂର୍ବତନ ସାଂସଦ ଅଜୟ କୁମାରଙ୍କୁ ଓଡ଼ିଶା ସହ ତାମିଲନାଡୁ ଓ ପୁଡୁଚେରୀର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ସେହିପରି ଚେଲା କୁମାର ହେଲେ ମେଘାଳୟ, ମିଜୋରାମ ଓ ଅରୁଣାଚଳ ପ୍ରଦେଶର ନୂଆ ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!