ପୁରୀ ୨୪।୧୨ : ଶ୍ରୀମନ୍ଦିର ଭିତର କାଠ ନିକଟରେ ରବିବାର ରକ୍ତଛିଟା ପଡ଼ିଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତଛିଟା ପଡ଼ିଥିବା ଦେଖାଯିବା ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଏଥିଲାଗି ଘଣ୍ଟାଏ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ।ଏ ନେଇ ମହାପ୍ରଭୁ ମହାସ୍ନାନ ହୋଇଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ମହାପ୍ରଭୁଙ୍କ ସକାଳଧୂପ ନୀତି ବଢ଼ିବା ପରେ ଭିତର କାଠ ନିକଟରେ ଜଣେ ଭକ୍ତଙ୍କ ରକ୍ତଛିଟା ପଡିବାରୁ ଶ୍ରୀଜୀଉଙ୍କର ବଡ଼ ମହାସ୍ନାନ ହୋଇଥିଲା।ତେବେ ବଡ଼ ମହାସ୍ନାନ ଯୋଗୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |