ଆଜି ବିଜେଡିର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬ା୧୨:୨୭ ବର୍ଷରେ ପାଦ ଦେଲା ବିଜୁ ଜନତା ଦଳ। ଆଜି ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ସାଇକେଲ ରାଲି, ଗଣଦୌଡ଼, ସାଧାରଣ ସଭା ସହ ରକ୍ତଦାନ ଓ ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ପାଳନ କରିବାକୁ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । ଏଥିସହ ଗଣଦୌଡ଼, ରକ୍ତଦାନ ଶିବିର, ସଭା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି। ପ୍ରତିଷ୍ଠା ଦିବସ ଅବସରରେ “ନବୀନ ଓଡ଼ିଶା” ଗଢିବା ନେଇ ସଂକଳ୍ପ ନେବେ ବିଜେଡି କର୍ମୀ ଓ ନେତା । ଅନ୍ୟପଟେ ଦଳୀୟ କାର୍ୟ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ସେବା ଓ ବିକାଶର ବାର୍ତ୍ତା ଦେଉଛି ବିଜେଡି।ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମସ୍ଥାନ କଟକ ଆନନ୍ଦ ଭବନରୁ ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଯାଏ ବିଶାଳ ସାଇକେଲ ଶୋଭାଯାତ୍ରା କରାଯିବ।ସେହିପରି ସମସ୍ତ ନିର୍ବାଚନ ମଣ୍ଡଳୀ, ବ୍ଲକ ଓ ପୌରାଞ୍ଚଳରେ ୨୭ତମ ପ୍ରତିଷ୍ଠା ସମାରୋହ ପାଳନ କରାଯାଉଛି । ଏଥିସହ ଗଣଦୌଡ଼, ରକ୍ତଦାନ ଶିବିର, ସଭା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି। ପ୍ରତିଷ୍ଠା ଦିବସ ଅବସରରେ “ନବୀନ ଓଡ଼ିଶା” ଗଢିବା ନେଇ ସଂକଳ୍ପ ନେବେ ବିଜେଡି କର୍ମୀ ଓ ନେତା । ଅନ୍ୟପଟେ ଦଳୀୟ କାର୍ୟ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ସେବା ଓ ବିକାଶର ବାର୍ତ୍ତା ଦେଉଛି ବିଜେଡି।ତେବେ ବିଜୁ ବାବୁଙ୍କ ଆଦର୍ଶରେ ଗଠନ ହୋଇଥିବା ବିଜେଡି ୨୭ ବର୍ଷର ଦଳ ଭାବେ ଓଡିଶାରେ କ୍ଷମତା ବଜାୟ ରଖି ଆସିଛି । ପିଢ଼ି ପରେ ପିଢ଼ି ବଦଳି ଚାଲିଥିବା ବେଳେ ଅନେକ ନବାଗତ ନେତା ଦଳର ନେତୃତ୍ୱ ଭାର ନେଇଛନ୍ତି। କିନ୍ତୁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ମଳ ଭାବମୂର୍ତ୍ତି ଉପରେ ଜନତା ଲଗାତାର ଆସ୍ଥା ପ୍ରକଟ କରି ଆସୁଛନ୍ତି। ଏହିପରି ଦୀର୍ଘ ଦଶନ୍ଧି ଧରି ସରକାରରେ ଥିବା ବିଜେଡି ପୁଣି ୨୦୨୪ ସାଧାରଣ ନିର୍ବାଚନରେ ସରକାର ଗଢିବା ଆଶାରେ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!