ନବରଙ୍ଗପୁର ମହାବିଦ୍ୟାଳୟରେ ନୂଆ-ଓ,ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ

ନବରଙ୍ଗପୁର,୨୭ା୧୨:ନବରଙ୍ଗପୁର ସ୍ନାତକ ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ,ଯୁବ ଓଡ଼ିଶା – ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଭାସ୍କର ନାଥ ବିଶ୍ଵାଳଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ବିଧାୟକ ଶ୍ରୀଯୁକ୍ତ ସଦାଶିବ ପ୍ରଧାନୀ ଓ ସମ୍ମାନିତ ଅତିଥି ଭାବେ ପୌରପାଳିକା ଅଧ୍ୟକ୍ଷ ଶ୍ରୀ କୁନୁ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦାହାଣ୍ଡି ଶ୍ରୀମତୀ ରଶ୍ମିତା ମାଝୀ ଏବଂ ବିଶିଷ୍ଟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲାପାଳ ଡଃ. କମଳ ଲୋଚନ ମିଶ୍ର, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପ୍ରଦୀପ କୁମାର ନାଗ, ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶାର ଜିଲ୍ଲା ନୋଡାଲ ଅଧିକାରୀ ବରିଷ୍ଠ ପ୍ରାଧ୍ୟାପକ ଶ୍ରୀଯୁକ୍ତ ଡି. ଗୋବିନ୍ଦା ରାଓ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଅତିଥିମାନେ ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶାର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିବା ସହିତ ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ସାମଗ୍ରିକ ବିକାଶ ପାଇଁ ଛାତ୍ର ଛାତ୍ରୀମାନଙ୍କର ଲୁକ୍କାୟିତ କଳା,ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ଏହା ଓଡ଼ିଶା ସରକାର ଙ୍କର ଏକ ଅଭିନବ ପ୍ରୟାସ ବୋଲି କହିଥିଲେ । ଛାତ୍ରଛାତ୍ରୀମାନେ ସାମାଜିକ ସେବା ମନୋଭାବ ନେଇ ନିଜର ଦକ୍ଷତା ପ୍ରତିପାଦନ କରି କର୍ତ୍ତବ୍ୟ ପଥରେ ଆଗେଇ ଯିବାକୁ ଯୁବଶକ୍ତିଙ୍କୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟରେ କ୍ରୀଡ଼ା, ସାହିତ୍ୟ,ସାଂସ୍କୃତିକ ଓ ସାମାଜିକ ସେବା ମୂଳକ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନୀତ କରାଯାଇଥିଲା । ଏହା ସହିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଶିଶୁ ଶ୍ରମିକ ଉପରେ “ଅଭୁଲା ଏ ଅତ୍ୟାଚାର” ନାମକ ଏକ ଛୋଟ ନାଟକ ପରିବେଷଣ କରାଯିବା ସହିତ ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯାଇଥିଲା । ସମଗ୍ର କାର୍ଯ୍ୟକ୍ରମ ର ସଂଯୋଜନା ଅର୍ଥନୀତି ବିଭାଗ ର ମୁଖ୍ୟ ଶ୍ରୀ ଦିଲ୍ଲୀପ ହୋତା ଓ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶ୍ରୀ ଶମ୍ଭୁ ପ୍ରସାଦ ହୋତା କରି ମଞ୍ଚ ପରିଚାଳନା କରିଥିବା ବେଳେ ଅଶୋକ ପାତ୍ର ଛାତ୍ରଛାତ୍ରୀମାନଙ୍କ ସହ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ ଏବଂ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ପରିଶେଷରେ ସରକାରଙ୍କ ଏହି ନୂତନ ଅଭିନବ ଯୋଜନାକୁ ଅଧ୍ୟକ୍ଷ ଡ଼. ବିଶ୍ବାଳ ଭୂୟସୀ ପ୍ରଶଂସା କରିବା ସହିତ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!