୨୪ ଘଣ୍ଟାରେ ଚିହ୍ନଟ ହେଲେ ୫ ନୂଆ କୋଭିଡ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ଭିତରେ ପୁଣି ନୂଆ ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୮ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଫଳରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ପେସେଣ୍ଟ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି। ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!