କଟକ: ଓଡ଼ିଶା ସିଭିଲ ସର୍ଭିସର ୩୯୯ ପଦ ପାଇଁ ଓଡ଼ିଶା ଲୋକସେବା ଆୟୋଗ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛି। ଜାନୁଆରୀ ୧୭ରୁ ଓସିଏସ-୨୦୨୩ ପ୍ରିଲିମିନାରୀ ପରୀକ୍ଷା ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ୧୬ରେ ଶେଷ ହେବ। ପ୍ରଲିମିନାରୀ ପରୀକ୍ଷା ପରେ ମୁଖ୍ୟ ଲିଖିତ ପରୀକ୍ଷା ସହ ସାକ୍ଷାତକାର ଏବଂ ପ୍ରମାଣପତ୍ର ଯାଞ୍ଚ କରାଯିବ। ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗର ତାଲିକା ଅନୁଯାୟୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର ୩୦ଟି ପଦ ପାଇଁ ନିଯୁକ୍ତି ପ୍ରକ୍ରିୟା ହେବ। ସେଥିରୁ ଅସଂରକ୍ଷିତ ବର୍ଗ ବା ସାଧାରଣବର୍ଗ (ୟୁଆର)ରେ ୧୫ଟି, ଅନୁସୂଚିତ ଜାତି (ଏସ୍ସି) ୨ବର୍ଗରେ ୮ ଏବଂ ଅନୁସୂଚିତ ଜନଜାତି (ଏସ୍ଟି) ବର୍ଗରେ ୭ଟି ପଦ ସଂରକ୍ଷିତ ରହିଛି। ଓଡ଼ିଶା ବିତ୍ତ ସେବା (ଓଏଫଏସ)ରେ ୫୮ଟି ପଦ ରହିଛି। ତନ୍ମଧ୍ୟରୁ ସାଧାରଣ ବର୍ଗରେ ୨୮, ଏସଇବିସିରେ ୬, ଏସ୍ସିରେ ୯ ଓ ଏସ୍ଟିରେ ୧୩ଟି ପଦ ପୂରଣ ହେବ। ଓଡ଼ିଶା ପୁଲିସ ସେବା(ଓପିଏସ୍)ରେ ୬ଟି ପଦ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |