ଭୁବନେଶ୍ବର: ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଥିବା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟିଯାଇଛି। ଦାମଙ୍କ ଉପରୁ ସୋମବାର ବହିଷ୍କାର ଆଦେଶ ହଟାଇ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।ଏଠାରେ ସୂଚନାଯୋଗ୍ୟ, ୨୦୧୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଦାମ ରାଉତଙ୍କ ବିଜେଡିରୁ ବହିଷ୍କାର କରାଯାଇଥିଲା। ବିଜେଡିରୁ ବହିଷ୍କୃତ ହେବା ପରେ ସେ ବିଜେପିରେ ଯୋଗ ଦେଇଥିଲେ। ୨୦୧୯ ନିର୍ବାଚନରେ ସେ ବିଜେପି ଟିକେଟରୁ ବାଲିକୁଦା-ଏରସମାରୁ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ ଏବଂ ସେହି ବର୍ଷ ଅକ୍ଟୋବରରେ ଦଳରୁ ଇସ୍ତଫା ଦେଇଥିଲେ। ଆଗକୁ ନିର୍ବାଚନ ଥିବା ବେଳେ ଏହି ସମୟରେ ଦାମଙ୍କ ଉପରୁ ବହିଷ୍କାର ହଟାଇବାକୁ ନେଇ ରାଜ୍ୟ ରାଜନୀତି ଉଷ୍ମ ହେବା ସହ ଚର୍ଚ୍ଚା ଜୋର ଧରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |