ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ଅର୍ଥାତ ବୁଧୁବାର ଶ୍ରୀଜିଉଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ହେଉଛି ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଟିତ ହେବ। ଏହି ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେପଟେ ବର୍ଷ ଆରମ୍ଭରୁ ଜଗତ ନିୟନ୍ତାଙ୍କୁ ଦେଖିବା ପାଇଁ ପୁରୀ ଶ୍ରୀମନ୍ଦିରରେ ଖୁବ୍ ଭିଡ଼ ପରିଳକ୍ଷିତ ହେଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |