ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ, ୩।୧:ଆଜି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ   ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପୌଷ କୃଷ୍ଣ ସପ୍ତମୀ ତିଥୀରେ ଆଜି ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ତେଣୁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।ମହାପ୍ରଭୁଙ୍କ ବନକଲାଗି ଅତ୍ୟନ୍ତ ଗୁପ୍ତ ଓ ସମୟ ସାପେକ୍ଷ ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଠାକୁରମାନଙ୍କୁ ପହୁଡ଼ କରାଯାଇ ଏହି ନୀତି ଆରମ୍ଭ କରାଯାଏ। ଯାହାକି ଅତିକମ୍‌ରେ ୪ରୁ ୫ ଘଣ୍ଟା ଲାଗିଥାଏ।  ତେଣୁ ଆଜି ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହି ଅବସରରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀମୁଖ୍ୟ ଶୃଙ୍ଖାର କରିବାର ପରମ୍ପରା ରହିଛି ।ଶ୍ରୀମନ୍ଦିର ଗର୍ଭଗୃହସ୍ଥ ରତ୍ନସିଂହାସନରେ ବିରାଜିତ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ମୁଖମଣ୍ଡଳର ଦୀପ୍ତି ବଢ଼ାଇବା ପାଇଁ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଏହି ଗୁପ୍ତ ନୀତି। ଏଥି ସହିତ ନୂଆବର୍ଷରୁ ମନ୍ଦିରକୁ ପଲିଥିନ୍ ଜରି ସହ କିମ୍ବା ପାନ, ଗୁଟଖା ଖାଇ ପ୍ରବେଶକୁ ବ୍ୟାନ କରାଯାଇଛି। ଭକ୍ତଙ୍କ ପାଇଁ ଥିବା ଶାଳୀନତା ପୋଷାକ ପରିଧାନ ନିୟମକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!