ଭୁବନେଶ୍ୱର, ,୩।୧:ସକାଳୁ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହୋଇଛି। ଫଳରେ ଲୋକେ କଲବଲ ହେଉଥିବା ବେଳେ ଯାତାୟତ ବାଧାପ୍ରାପ୍ତ ହେଉଛି।ରାଜ୍ୟରେ ଶୀତ ସାମାନ୍ୟ କମିଥିଲେ ବି ଘନ କୁହୁଡ଼ି ପ୍ରଭାବ ଦେଖିବାକୁ ମିଳିଛି । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହୋଇଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଅନୁଗୁଳ, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି। ଏପରିକି ୫୦ ମିଟର ପର୍ଯ୍ୟନ୍ତ ଭିଜିବିଲିଟି ଖସିଯାଇପାରେ ।ସେହିପରି ଆସନ୍ତା ୫ ଏବଂ ୬ ତାରିଖ ଆଡ଼କୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନଥିବା ବେଳେ ଏବେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା। କିଛି ସ୍ଥାନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ଅଧିକ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |