ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ବଲାଙ୍ଗୀର,୩।୧: ବଲାଙ୍ଗୀର ଜିଲ୍ଲାର   ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ୨୭୨୩ କୋଟି ଟଙ୍କା ବ୍ୟରେ ନିର୍ମିତ ହୋଇଛି ଏହି ପ୍ରକଳ୍ପ। ଏତଦବ୍ୟତୀତ ୩୦୫ କୋଟିର ୬୯ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୫୨୮୪ କିମି ଦୀର୍ଘ ଜଳସେଚନ ବ୍ୟବସ୍ଥା ସହ ୧ ଲକ୍ଷ ଏକର ଜମି ସେଚାଞ୍ଚଳ ହେବ। ସୁବର୍ଣ୍ଣପୁର ସମେତ ବଲାଙ୍ଗୀର ଜିଲ୍ଲାର ୨୦୦ରୁ ଅଧିକ ଗ୍ରାମର କୃଷକଙ୍କ ପାଇଁ ଜଳସେଚନ ସୁବିଧା ମିଳିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇ ମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ scholarship ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ।ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନର ଉନ୍ନତି, ଯୋଗାଯୋଗ ଉନ୍ନତି, କ୍ରୀଡାର ଉନ୍ନତି ସହିତ heritageର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!