କଳାହାଣ୍ଡି,୪।୧: ଆଜି ବିଜେପି ପକ୍ଷରୁ କଳାହାଣ୍ଡିରେ ୧୨ ଘଣ୍ଟିଆ ବନ୍ଦପାଳନ କରାଯାଉଛି । ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ । ଜିଲ୍ଲାରେ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ବିଜେପି ଆଜି ଏହି ବନ୍ଦ ପାଳନ ଡାକରା ଦେଇଛି । ଦରଦାମ ବୃଦ୍ଧି, କପାର ଅଭାବୀ ବିକ୍ରି , ବିଦ୍ୟୁତ ଦର ବୃଦ୍ଧି ଆଦିର ପ୍ରତିବାଦ କରି ବିଜେପି ଏହି ବନ୍ଦ ଡାକରା ଦେଇଛି । ତେବେ ଏହା ବସ ଟ୍ରକ ଯାତାୟାତ ତଥା ଜରୁରୀକାଳୀନ ସେବା ବାଧାପ୍ରାପ୍ତ ହୋଇଥିବା ନେଇ କୌଣସି ସୂଚନା ମିଳିନାହିଁ ।କଳାହାଣ୍ଡି ଜିଲ୍ଲାରେ ମଣ୍ଡିରେ ଚାଷୀ ସମସ୍ୟା, ଧାନ କଟନି ଛଟନି, କପାର ଅଭାବୀ ବିକ୍ରି, ସହରାଞ୍ଚଳରେ ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ବିଜେପି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି।ଏହି ସବୁ ସମସ୍ୟାର ସମାଧାନ ଦାବିରେ ପୂର୍ବରୁ ବିଜେପି ପକ୍ଷରୁ ଜିଲ୍ଲାର ସମସ୍ତ ବ୍ଲକ୍, ଆର୍ ଆଇ ଅଫିସ ଘେରାଉ କରାଯାଇଥିଲା। ପ୍ରଶାସନ ଏ ନେଇ କୌଣସି ପଦକ୍ଷେପ ନ ନେବାରୁ ଆଜି ବନ୍ଦ ପାଳନ କରାଯାଉଥିବା ବିଜେପି କହିଛି।ବନ୍ଦ ଯୋଗୁ ଆଜି ଜିଲ୍ଲାର ସଦର ମହକୁମା ଭବାନୀପାଟଣାରେ ଦୋକାନ ବଜାର ବନ୍ଦ ରହିଛି। ତେବେ ବନ୍ଦରୁ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି। ପ୍ରାଥମିକତା ଭିତ୍ତିରେ ଆମ୍ବୁଲାନ୍ସକୁ ଛାଡ଼ି ଦିଆଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |