ଚିଲିକାରେ ଜାରି ହେଲା ପକ୍ଷୀ ଗଣନା

ଭୁବନେଶ୍ୱର,୪।୧ : ଆଜି ଚିଲିକାରେ ପକ୍ଷୀ ଗଣନା ଜାରି ହୋଇଛି । ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ଏହି ପକ୍ଷୀ ଗଣନା । ତେବେ ପକ୍ଷୀ ଗଣନା ପାଇଁ ଚିଲିକାରେ ୨୧ଟି ଟିମ୍ ନିୟୋଜିତ ହୋଇଛନ୍ତି । ପ୍ରତିବର୍ଷ ଭଳି ଚଳିତବର୍ଷ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ବ୍ୟବହାର କରାଯିବ।ପ୍ରତ୍ୟେକ ଟିମରେ ୫ରୁ ୬ଜଣ ପକ୍ଷୀ ବିଶେଷଜ୍ଞ ରହିଛନ୍ତି। ସକାଳ ସାଢେ ପାଞ୍ଚଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ପକ୍ଷୀ ଗଣନା ଚାଲିବ। ଜଳଭାଗରେ ୧୯ଟି ଟିମ୍‌ ଓ ସ୍ଥଳ ଭାଗରେ ୨ଟି ଟିମ୍‌ ରହି ଗଣନା କାର୍ଯ୍ୟ ଆରମ୍ଭ କରିଛନ୍ତି । ଜିପିଏସ, କ୍ୟାମେରା, ବାଇନାକୁଲାର ମାଧମରେ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି ।ବାଲୁଗାଁ, ଟାଙ୍ଗୀ,ସାତପଡ଼ା, ନୂଆପଡ଼ା, ରମ୍ଭା ରେଞ୍ଜରେ ପକ୍ଷୀ ଗଣନା ଚାଲିଛି । ଏହି ପକ୍ଷୀ ଗଣନାରେ ୧୧୮ ଜଣ କର୍ମଚାରୀ ସାମିଲ ଅଛନ୍ତି । ଏନେଇ ବାଲୁଗାଁ ଡିଏଫଓ ଅମ୍ଳାନ ନାୟକ ସୂଚନା ଦେଇଛନ୍ତି । ତେବେ ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟିର ଛାତ୍ରଛାତ୍ରୀ, ଓ୍ବାଇଲଡ ଓଡ଼ିଶା ଏବଂ ଓ୍ବାଇଲଡିଜ ନାମକ ସାମାଜିକ ସଂଗଠନର କାର୍ଯ୍ୟକର୍ତ୍ତା, ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ୩ଟି ପକ୍ଷୀ ସୁରକ୍ଷା ସମିତିର ସଦସ୍ୟ ସାମିଲ ହୋଇଛନ୍ତି।ଗତବର୍ଷ ସମୁଦାୟ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ ହଜାର ୯୨୯ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୫ ପ୍ରଜାତିର ୧୦ ଲକ୍ଷ ୯୩ ହଜାର ୪୯ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ ହଜାର ୮ ଶହ ୮୦ ଗୋଟି ସ୍ଥାନୀୟ ପକ୍ଷୀ ଓ ନଳବଣରେ ସର୍ବାଧିକ ୩ ଲକ୍ଷ ୪୨ ହଜାର ପକ୍ଷୀ ଥିଲେ ।ପକ୍ଷୀ ଗଣନା ସରିବା ଯାଏ ଚିଲିକାରେ ପର୍ଯ୍ୟଟକଙ୍କ ଲାଗି ବୋଟ୍ ଚଳାଚଳ ବନ୍ଦ ରହିବ। ଚିଲିକାକୁ ପ୍ରାୟ ୧୧୮ ପ୍ରଜାତିର ୯ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ ହୋଇଥିବା ବନ ବିଭାଗ ଆକଳନ କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!