ଆଜିଠୁ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର, ୪।୧:ଆଜିଠାରୁ ଡ୍ରାଇଭର ସଂଘର ସମଗ୍ର ଭାରତରେ ଷ୍ଟିୟରିଂ ଛାଡ ଆନ୍ଦୋଳନ । ଏଥିରେ ଓଡିଶାର ସମସ୍ତ ଡ୍ରାଇଭର ମାନେ ସାମିଲ ହେବେ । ଆଗାମୀ ଦୁଇ ଦିନ ମଧ୍ୟରେ ସମଗ୍ର ରାଜ୍ୟର ଡ୍ରାଇଭର ନିଜ ଗାଡିକୁ ଘରେ କିମ୍ବା ନିଜ ମାଲିକଙ୍କ ଜିମା ଦେଇ ଆନ୍ଦୋଳନରେ ସାମିଲ ହେବେ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ।କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ ଓ ଦୀର୍ଘ ଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ । ଗତକାଲି ଏନେଇ ଦିଲ୍ଲୀର ଜନ୍ତର ମନ୍ତର ଠାରେ ସବୁ ରାଜ୍ୟର ଡ୍ରାଇଭର ସଂଘଙ୍କର ମିଳିତ ବୈଠକ ହୋଇଥିଲା ।ନୂଆ ଆଇନ୍ ଅନୁସାରେ ହିଟ୍ ଏଣ୍ଡ ରନ୍ ପାଇଁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ ସହ ୭ ଲକ୍ଷ ଟଙ୍କା ଫାଇନ୍ ଆଦାୟ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!