କେନ୍ଦ୍ରାପଡ଼ା, ୪।୧ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ଭିତରକନିକା ବନ୍ଦ । କାଲିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ହେବାକୁ ଯାଉଛି ଭିତରକନିକା । ଏଠାରେ ବଉଳା କୁମ୍ଭୀର ଏବଂ ପକ୍ଷୀ ଗଣନା କର।।ଯିବା ପାଇଁ ଭିତରକନିକାକୁ ବନ୍ଦ କରାଯିବା ନେଇ ଘୋଷଣା କରାଯାଇଛି ।ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା।୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । କୁମ୍ଭୀର ଗଣନାରେ ବନବିଭାଗ ଟିମ୍ ଓ ବିଶେଷଜ୍ଞ ଦଳ ସାମିଲ ରହିବେ |ମହାକାଳପଡ଼ା, ରାଜନଗର, ଗହିରମଥା, କନିଆ ସମେତ ସଂଲଗ୍ନ ନଦୀନାଳ ମାନଙ୍କରେ ମଧ୍ୟ ଗଣନା କରାଯିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି ।ଏନେଇ ରାଜନଗର ଡିଏଫଓ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି, ୯ ତାରିଖରେ କର୍ମଚାରୀଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରହିଛି। ଏହାପରେ ୧୦, ୧୧ ଓ ୧୨ ତାରିଖରେ ଗଣନା କରାଯିବ । ସବୁଜାଗାରେ ଥିବା କୁମ୍ଭୀର ଗଣନା କରିବାକୁ ଯଥାସାଧ୍ୟ ଚେଷ୍ଟା କରାଯିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |