ଭୁବନେଶ୍ୱର,୪।୧: ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା । ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟର ଚିଠି । ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର ସୁଯୋଗ ପାଇପାରିବେ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଦିନ ଚିଠି ଜାରି ହୋଇଛି।୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ, ଏ ସଂପର୍କୀତ ଗାଇଡଲାଇନ ନେଇ ହୋଇଛି ଚିଠି । ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ ପଠାଯାଇଥିଲା । ବିଶ୍ୱ ପ୍ରସିଦ୍ଧ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା ।ଚିଠିରେ ଉଲ୍ଲେଖ ହୋଇଛ ଯେ, ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ଆୟୋଜିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ସମାରୋହରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଛତିଶଗଡ଼, ଗୁଜରାଟ, ହରିୟାଣା, ଝାଡ଼ଖଣ୍ଡ, ଲଦାଖ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ଓଡ଼ିଶା, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା ଓ ଉତ୍ତରପ୍ରଦେଶରରୁ ପ୍ରଜ୍ଞାପନ ମେଢ଼ ପାଇଁ ମନୋନୀତ କରାଯାଇଛି। ଯେଉଁ ରାଜ୍ୟରୁ ପ୍ରଜ୍ଞାପନ ମେଢ଼ଗୁଡ଼ିକ ଆସିବ ସେଠାକାର ସରକାରଙ୍କ ଦ୍ବାରା ଏହାକୁ ୨୦୨୪ ଜାନୁଆରି ୧୯ ମଧ୍ୟରେ ସଂପୂର୍ଣ୍ଣ ରୂପେ ପ୍ରସ୍ତୁତି କରାଯିବାର ଆବଶ୍ୟକତା ଅଛି। ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆସନ୍ତା ୨୩ ତାରିଖ ଦିନ ପ୍ରଜ୍ଞାପନ ମେଢ଼ଗୁଡ଼ିକର ରିହରସଲ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |