ଓଡ଼ିଶାରେ ନୂଆ କରୋନା ଭାରିଆଣ୍ଟ

ଭୁବନେଶ୍ୱର,୪।୧: ଓଡ଼ିଶାରେ କୋରନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି । ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଜଣେ ରୋଗୀ ଭୁବନେଶ୍ବରର ହୋଇଥିବା ବେଳେ ଅନ୍ୟଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି ।୨ଜଣ କରୋନାର ନୂଆ ଭାରିଆଣ୍ଟ JN.1 ରେ ଆକ୍ରାନ୍ତ ଚିହ୍ନଟ ହୋଇଛି । ୨ଜଣ ଅକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁନ୍ଦରଗଡ଼ ଜିଲ୍ଲାର ସୁସ୍ଥ ଅଛନ୍ତି । ଅନ୍ୟ ଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନରେ ଅଛନ୍ତି । ୨୪ ଘଣ୍ଟାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛି । ମୋଟ ସକ୍ରିୟ ଆକ୍ରାନ୍ତ ୨୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ।ଗତକାଲି ରାଜ୍ୟରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ଏବେ ୨୭ରେ ପହଞ୍ଚିଥିଲା ।ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି କରାଯିବା ସହ ଭୟଭୀତ ନ ହେବାକୁ ପରାମର୍ଶ ଦିଆଯାଇଛି । ପୂର୍ବରୁ ରାଜ୍ୟର ସମସ୍ତ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲକୁ ଚିଠି ଲେଖି କରୋନା ନିୟମାବଳୀ ମାନିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଥିଲା । ଯେଉଁମାନଙ୍କ ଠାରେ ଥଣ୍ଡା, ଜ୍ୱର, କାଶ ଲାଗି ରହୁଛି ସେମାନେ ଅଲଗା ରହିବା ସହିତ ସେମାନଙ୍କୁ ପରୀକ୍ଷା କରାଇବାକୁ କୁହାଯାଇଛି । ଏଥିସହିତ ବହୁବିଧ ରୋଗୀମାନେ ଭିଡ଼କୁ ନ ଯିବା ପାଇଁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!