ଗାଡ଼ି ଓଲଟି ୧୫ ବିଏସ୍‌ଏଫ ଯବାନ ଗୁରୁତର

ମାଲକାନଗିରି,୫।୧:ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ବିଏସ୍‌ଏଫ ଯବାନଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ୪୦୭ ମେଟାଟର ଗାଡ଼ିରେ ବିଏସ୍‌ଏଫ ଯବାନମାନେ ଯାଉଥିଲେ କୁମ୍ଭାରୀ ଗ୍ରାମ ନିକଟରେ ହୋଇଥିଲା ଦୁର୍ଘଟଣା। ଗାଡ଼ିଟି କୌଣସି କାରଣରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା |ଏହି ଦୁର୍ଘଟଣା ଯୋଗୁ ଗାଡ଼ିରେ ଥିବା ୧୫ ଜଣ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ସେମାନଙ୍କୁ ଚିକିତ୍ସା ପାଇଁ ହେଲିକପ୍ଟର ଯୋଗେ ରାୟପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!