ବିଦେଶାଗତ ପକ୍ଷୀଙ୍କ କଳରବରେ ଫାଟି ପଡୁଛି ଭିତରକନିକା।

 କେନ୍ଦ୍ରାପଡ଼ା,୭।୧ :ପ୍ରତିବର୍ଷ ଶୀତ ଆସିଲେ ହଜାର ହଜାର ମାଇଲ ଅତିକ୍ରମ କରି ଦେଶୀ ଓ ବିଦେଶୀ ପକ୍ଷୀମାନେ ଭିତରକନିକାକୁ ଧାଇଁ ଆସିଥାନ୍ତି   । ଆଉ ଏହି ପକ୍ଷୀଙ୍କ ସମାଗମକୁ ଦେଖି ଆକର୍ଷିତ ହୋଇଥାନ୍ତି ପର୍ଯ୍ୟଟକ ଏବଂ ପରିବେଶବିତ୍।ଭିତରକନିକା ଜାତୀୟଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଆଜି ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୯ ହଜାର ୯୫୯ଟି ପକ୍ଷୀ ଆସିଥିବା ବେଳେ ଏ ବର୍ଷ ୧ ଲକ୍ଷ ୫୧ ହଜାର ୪୨୧ ଆସିଛନ୍ତି। ଅର୍ଥାତ ଗତବର୍ଷଠାରୁ ଏ ବର୍ଷ ଭିତରକନିକାକୁ ୧୨୪୬୨ ଅଧିକ ପକ୍ଷୀ ଆସିଥିବା ଜଣାପଡିଛି। ଗତ ୧୬ ବର୍ଷ ମଧ୍ୟରେ ଏହା ସର୍ବାଧିକ। ଗତବର୍ଷ ଭିତରକନିକାକୁ ୧୪୦ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଏ ବର୍ଷ ୧୨୧ ଲାର୍ଜ ହୁଇସିଲିଂ ଡକ୍‌ ପ୍ରଜାତିର ପକ୍ଷୀ ସବୁଠୁ ଅଧିକ ୨୮୦୯୦ ଆସିଛନ୍ତି। ଚଳିତବର୍ଷ ଭିତରକନିକାରେ ବିରଳ କମନସେଲ ଡକ୍‌ ପକ୍ଷୀଙ୍କୁ ଦେଖିବାକୁ ମିଳିଛି । ଏହାବାଦ୍‌ ଭିତରକନିକାରେ କମନ୍‌ ସୋଲଭର ଜାତୀୟ ପକ୍ଷୀଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଚଳିତ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏଭଳି ସୂଚନା ମିଳିଛି।ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୫୧ ହଜାର ୪୨୧ପକ୍ଷୀ ଆସିଛନ୍ତି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୯ ହଜାର ୯୫୯ଟି ପକ୍ଷୀ ଆସିଥିଲେ। ଅର୍ଥାତ ଗତବର୍ଷଠାରୁ ଚଳିତବର୍ଷ ଭିତରକନିକାକୁ ୧୧ ହଜାରରୁ ଅଧିକ ପକ୍ଷୀ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୪୦ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୨୧ ପ୍ରଜାତି ପକ୍ଷୀ ଆସିଛନ୍ତି। ଗତବର୍ଷ ତୁଳନାରେ ୧୯ ପ୍ରଜାତି ପକ୍ଷୀ କମ ଥିବା ସୂଚନା ମିଳିଛି।ଲାର୍ଜ ହୁଇସିଲିଂ ଡକ ପ୍ରଜାତିର ପକ୍ଷୀ ସବୁଠୁ ଅଧିକ ଆସିଛନ୍ତି। ଚଳିତବର୍ଷ ଭିତରକନିକାରେ ବିରଳ କମନସେଲ ଡକ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଏହି ପକ୍ଷୀ କମ୍ ସଂଖ୍ୟାରେ ଦେଖା ଯାଇଥାନ୍ତି। ଏହି ପକ୍ଷୀ ଚଳିତବର୍ଷ ଅଧିକ ସଂଖ୍ୟାରେ ଦେଖିବାକୁ ମିଳିଛି। ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାୟରୁ ରକ୍ଷା ପାଇବା ପାଇଁ ହିମାଳୟ ପାଦ ଦେଶ ଓ ଲଦାଖ, ସାଇବେରିଆ ଓ ଉତର ଗୋଲାର୍ଦ୍ଧରୁ  ଆସିଥିବା ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!