ଭୁବନେଶ୍ୱର,୮।୧ : ଆଜିଠାରୁ ଆନ୍ଦୋଳନକୁ ଓହ୍ଲାଇଉଛି ରାଜ୍ୟ ପରିବହନ ଶ୍ରମିକ ସଂଘ । ରାଜ୍ୟବ୍ୟାପୀ ଧର୍ମଘଟ କରିବେ ପରିବହନ ଶ୍ରମିକ ସଂଘର ସଦସ୍ୟ । ନୂଆ ହିଟ ଆଣ୍ଡ ରନ୍ ଆଇନକୁ ପ୍ରତ୍ୟାହାର ଦାବିରେ ଧର୍ମଘଟ କରୁଛି ଓଡ଼ିଶା ପରିବହନ ଶ୍ରମିକ ସଂଘ ।ଆଜିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଡ୍ରାଇଭରଙ୍କ ପାଇଁ କରାଯାଇଥିବା କଡ଼ା ଦଣ୍ଡ ବିଧାନ ବ୍ୟବସ୍ଥାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳୀନ ଧର୍ମଘଟ ଡାକରା ଦେଇଛି ଓଡ଼ିଶା ପରିବହନ଼ ଶ୍ରମିକ ମହାସଂଘ।ଆଜିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି। ଏହାକୁ ନେଇ ଚିନ୍ତା ବଢିଛି। କାରଣ ଯୋଗାଣ ପ୍ରଭାବିତ ହେଲେ ଆଜି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି। ଏହାଦ୍ୱାରା ଲୋକେ ତ ହଇରାଣ ହେବେ, ମାଲ୍ ପରିବହନ ବି ଗୁରୁତର ପ୍ରଭାବିତ ହେବା ଆଶଙ୍କା ବଢିଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |