ହାଇଟେକ୍‌ ଟ୍ରାଜେଡି ; ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ଼

ଭୁବନେଶ୍ୱର,୮।୧: ହାଇଟେକ୍‌ ଟ୍ରାଜେଡିକୁ ନେଇ ରାଜରାସ୍ତାରେ ଗର୍ଜିଲା ଛାତ୍ର କଂଗ୍ରେସ। ଆଜି ଛାତ୍ର କଂଗ୍ରେସର କର୍ମୀମାନେ ଏକ ରାଲିରେ ଆସି ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ଘର ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏହାସହ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘର ସାମ୍ନାରେ ଆନ୍ଦୋଳନ କରିବା ସହ ନାରାବାଜି କରିଛନ୍ତି। ଏହି ସମୟରେ ଛାତ୍ର କଂଗ୍ରେସର କର୍ମୀ ମାନଙ୍କୁ ପୁଲିସ ଅଟକାଇଥିଲା। କିଛି ସମୟ ପାଇଁ ପୁଲିସ ଓ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାସହ ଛାତ୍ର କଂଗ୍ରେସ କର୍ମୀମାନେ ହାଇଟେକର ମାଲିକ ତିରୁପତି ପାଣିଗ୍ରାହୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ।  ହାଇଟେକ ସୋମବାର ଛାତ୍ର କଂଗ୍ରେସର କର୍ମୀମାନେ ଏକ ରାଲିରେ ଆସି ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ଘର ଉପରକୁ ଅଣ୍ଡା ମାଡ଼ କରିଛନ୍ତି। ଏହାସହ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଘର ସାମ୍ନାରେ ଆନ୍ଦୋଳନ କରିବା ସହ ନାରାବାଜି ଦେଇଛନ୍ତିି।ଅନ୍ୟପକ୍ଷେ କର୍ମୀ ମାନଙ୍କୁ ପୋଲିସ ଅଟକାଇବାରୁ  ପୋଲିସ  ଓ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାସହ କର୍ମୀମାନେ ହାଇଟେକର ମାଲିକଙ୍କ  କୁଶପୁତ୍ତଳିକା ଦାହ କରିଥିଲେ।ମୃତକ ପରିବାରକୁ  ୫୦ ଲକ୍ଷ, ହାଇଟେକ୍‌ ମାଲିକଙ୍କୁ ଗିରଫ ପାଇଁ ଛାତ୍ର କଂଗ୍ରେସ ଦାବି କରିଛି। ଯଦି ଏସବୁ ଦାବି ପୂରଣ ନ ହୁଏ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦିଆଯାଇଛି। ଏହାସହ ଆଗାମୀ ଦିନରେ ଛାତ୍ର କଂଗ୍ରେସ ନବୀନ ନିବାସ ଘେରାଉ କରିବ ବୋଲି  ସେମାନେ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!