ଆଜି ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୯।୧:ଆଜିଠାରୁ ଆକାଶ ମାର୍ଗରେ  ମାଲକାନଗିରିକୁ ଯୋଗାଯୋଗ ଆରମ୍ଭ ହେଉଛି । ଦୀର୍ଘଦିନର ପ୍ରତୀକ୍ଷା ପରେ ଆଜିଠୁ ମାଲକାନଗିରିକୁ ଆରମ୍ଭ ହେବ ବିମାନସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ। ନବନିର୍ମିତ ଏହି ବିମାନବନ୍ଦର କାର୍ଯ୍ୟ ଶେଷ ହୋଇଥିବା ବେଳେ ରବିବାର ଏଠାରେ ଟ୍ରାଏଲ୍‌-ରନ୍‌ ସଫଳତାର ସହ ହୋଇଥିଲା |୨୯ କୋଟି ଟଙ୍କା ବ୍ୟୟରେ ୧୦୬ ହେକ୍ଟର ଜମିରେ ନିର୍ମିତ ଏହି ବିମାନ ବନ୍ଦରରେ ୧ ହଜାର ୬୦୨ ମିଟର ଲମ୍ବ ଓ ୩୦ ମିଟର ଓସାରର ରନୱେ ପ୍ରସ୍ତୁତି ହେଇଛି । ବିମାନସେବା ଆରମ୍ଭ ପୂର୍ବରୁ ଗତ ୭ ତାରିଖରେ ଏୟାରପୋର୍ଟରେ ବିମାନ ଅବତରଣର ଟ୍ରାଏଲ ରନ୍ କରାଯାଇଥିଲା ।ଜଣେ ପାଇଲଟ ଓ ୨ ଜଣ କ୍ରୁ ମେମ୍ବରଙ୍କୁ ନେଇ ୭ଟି ସିଟ୍ ବିଶିଷ୍ଟ VT 100 ପରୀକ୍ଷାମୂଳକ ଭାବେ ଅବତରଣ କରିଥିଲେ । ମାଓ ଇଲାକାରେ ବିମାନ ଉଡ଼ିବା ନେଇ ସାଧାରଣଲୋକଙ୍କ ମଧ୍ୟରେ ବି ବେଶ୍ ଉତ୍ସୁକତା ରହିଛି ।ଲୋକାର୍ପଣ ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରା ଯାଇଛି । ସୁରକ୍ଷା ଦୃଷ୍ଟିରୁ ବିମାନ ବନ୍ଦର ଚତୁଃପାର୍ଶ୍ୱରେ ପୋଲିସ ଛାଉଣୀ ହୋଇଛି । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅନ୍ୟପଟେ ମାଲକାନଗିରି ଜିଲ୍ଲାରେ ବିମାନ ସେବା ଆରମ୍ଭ ହେବାକୁ ଯାଉଥିବାରୁ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!