ଆସନ୍ତା ୧୨ରୁ ୧୪ତାରିଖ ପର୍ଯ୍ୟନ୍ତ ‘କୃଷି ଓଡ଼ିଶା’ ଉତ୍ସବ

ଭୁବନେଶ୍ୱର,୯।୧: ଆସନ୍ତା ୧୨ରୁ ୧୪ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ଜନତା ମଇଦାନଠାରେ ‘କୃଷି ଓଡ଼ିଶା’ ଉତ୍ସବ ପାଳନ ହେବ । ଏଥିରେ ପ୍ରାୟ ୫ହଜାର ମହିଳା ଚାଷୀ, ୨ହଜାର ମହିଳା ଏସଏଚଜି ସଦସ୍ୟା ଓ କୃଷି ଉଦ୍ୟୋଗୀମାନେ ସାମିଲ ହେବେ । ଏଥିପାଇଁ ରାଜ୍ୟ ସରକାର ବ୍ୟାପକ ଆୟୋଜନ କରିଛନ୍ତି । ସାଧାରଣ ନିର୍ବାଚନୀ ବର୍ଷରେ ଗାଁ ଗହଳିରୁ ଚାଷୀ ଓ ମହିଳା ଏସଏଚଜିଙ୍କୁ ଭୁବନେଶ୍ୱର ଆଣି ନିଜର ପ୍ରଚାରପ୍ରସାର ଉପରେ ନବୀନ ପଟ୍ଟନାୟକ ସରକାର ଗୁରୁତ୍ୱ ଦେଇଛନ୍ତି ।ଏହି କୃଷି ଉତ୍ସବ ସମ୍ପର୍କରେ ସୂଚନା ଦେଇ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ, କୃଷି ଓଡ଼ିଶା ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ ଓ ରାଜ୍ୟପାଳ ରଘୁବର ଦାସ ଉଦଯାପନୀ ସମାରୋହରେ ଯୋଗ ଦେବେ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, କେନ୍ଦ୍ର ସରକାର, ଆଇସିଏଆର ଇନଷ୍ଟିଚ୍ୟୁଟ୍‌, ସିଜିଆଇଏଆର ଇନଷ୍ଟିଚ୍ୟୁଟ, ବେସରକାରୀ ସଂଗଠନ ସହଯୋଗରେ ୧୭ଟି ଟେକନିକାଲ ଅଧିବେଶନ, କୃଷି ବୈଜ୍ଞାନିକ ଆଲୋଚନା ଓ ସେମିନାର ଆଦି ହେବ । ସେହିପରି ଚାଷୀଙ୍କ ମଧ୍ୟରେ ସ୍ଥାନୀୟ ସଙ୍ଗୀତ, କାହାଣୀ, କ୍ୱିଜ୍ ଓ ବକ୍ତୃତାର ଆୟୋଜନ  ମଧ୍ୟ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ସୂଚନା ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!