ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର , ୯।୧:ଆଜି ମାଲକାନଗିରି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୪୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି।    ଆକାଶ ପଥରେ ଯୋଡି ହୋଇ ଇତିହାସ ରଚିଲା ମାଲକାନଗିରି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରେ ଏକ ବିମାନ ବନ୍ଦର ଉଦ୍‌ଘାଟନ କରିଛନ୍ତି।ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ ଏବଂ ଏଥିରେ ୧୬୨୦ ମିଟର ଦୀର୍ଘ୍ୟ ଓ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି। ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଉଦ୍‌ଘାଟନ ସମୟରେ ମୁଖମନ୍ତ୍ରୀଙ୍କ ସହିତ5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରି ଜିଲ୍ଲା ଗସ୍ତ କରି ସ୍ଥାନୀୟ ଜନସାଧାରଣଙ୍କ ସହିତ ସପ୍ତଧାରା ନଦୀରେ ଏକ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ । ଲୋକଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ପ୍ରାୟ 4000 କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପର ଡ଼ିପିଆର ପ୍ରସ୍ତୁତ କରାଯାଇ ବୈଷୟିକ ପରାମର୍ଶଦାତା କମିଟିର ଅନୁମୋଦନ ନିମନ୍ତେ କେନ୍ଦ୍ରୀୟ ଜଳ ଆୟୋଗକୁ ପ୍ରେରଣ କରାଯାଇଅଛି । ଏହି ପ୍ରକଳ୍ପ ଅଧୀନରେ ସପ୍ତଧାରା ଓ ଗରିଆଠାରେ ଦୁଇଗୋଟି ଡ୍ୟାମ, ଏକ ସଂଯୋଗୀକରଣ ଟନେଲ ଓ ଭୂତଳ ପାଇପଲାଇନ ଦ୍ଵାରା ଜଳସେଚନର ବ୍ୟବସ୍ଥା ରହିଛି।ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲ୍ଲାର ଚାରିଗୋଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିପୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା ସୃଷ୍ଟି କରାଯିବା ସହିତ 1.5୦ ଲକ୍ଷ ସ୍ଥାନୀୟ ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ କରାଯାଇପାରିବ। ଆସନ୍ତା ଜୁଲାଇ ମାସ ସୁଦ୍ଧା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଅଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!