ଭୁବନେଶ୍ୱର,୧୦।୧:ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି|ଟ୍ୱିନ୍ ସିଟି ସହ ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି । କଟକ, ଭୁବନେଶ୍ୱର, ପୁରୀ, ଅସ୍ତରଙ୍ଗରେ କୁହୁଡ଼ିର ଆସ୍ତରଣ ରହିଛି । ଘନ କୁହୁଡ଼ି ଯୋଗୁଁ ଯାନବାହାନ ଚଳାଚଳରେ ସମସ୍ୟା ଉପୁଜିଛି । ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ଘନକୁହୁଡି ଯୋଗୁ ଗାଡି ଚଳାଚଳରେ ବାଧା ଉପୁଜିଛି । ରାଜଧାନୀରେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ଶହେ ମିଟର ରେକର୍ଡ ହୋଇଛି । ଏପଟେ ଶ୍ରୀକ୍ଷେତ୍ର ପୁରୀରେ ମଧ୍ୟ ଘନକୁହୁଡି । କୁହୁଡି ଯୋଗୁ ସକାଳୁ ସକାଳୁ ବଡଦାଣ୍ଡରୁ ଶ୍ରୀମନ୍ଦିର ପତିତପାବନ ବାନା ଦୃଶ୍ୟ ମାନ ହେଉନଥିଲା । ଫଳରେ ଭକ୍ତମାନେ ନିରାଶ ହୋଇଥିଲେ ।ତେବେ ଆଗାମୀ ଦୁଇଦିନ ପର୍ଯ୍ୟନ୍ତ କୁହୁଡ଼ି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ଅର୍ଦ୍ଧାଧିକ ଜିଲ୍ଲା ଘନ କୁହୁଡ଼ି ଦ୍ୱାରା ପ୍ରଭାବିତ ହେବ । ଦୃଶ୍ୟମାନର ଦୂରତା ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ । କେତେକ ସ୍ଥାନରେ ଆହୁରି କମ ରହିପାରେ । ବୁଧବାର ଭୋର ସମୟରେ ୨୨ ଜିଲ୍ଲାରେ ଘନ କୁହୁଡ଼ି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।୨୨ ଜିଲ୍ଲା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର,ଦେବଗଡ଼,ଅନୁଗୁଳ,ଢେଙ୍କାନାଳ,ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ନରସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ,କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀରରେ ମଧ୍ୟମରୁ ଘନ କୁହୁଡ଼ି ହୋଇପାରେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |