ଭୁବନେଶ୍ୱର,୧୦।୧: ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ସ୍ତରରେ ଅଦଳବଦଳ କରିଛନ୍ତି। ମଙ୍ଗଳବାର ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ଅଫିସର ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ରାଜ୍ୟ ମ୍ୟୁଜିୟମ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ମ୍ୟୁଜିୟମ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାର ସେସଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ବ୍ରହ୍ମପୁର ଆରଡିସି ଅଫିସକୁ ତାଙ୍କର ପୂର୍ବ ବଦଳିକୁ ବାତିଲ କରାଯାଇଥିବା ନେଇ ବିଜ୍ଞପ୍ତିରେ ଦର୍ଶାଯାଇଛି। ସେହିପରି କଟକ ମହାନଗର ନିଗମର ଡେପୁଟି କମିଶନର ସଞ୍ଜିବିତା ରାୟଙ୍କୁ କଟକସ୍ଥିତ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଓଏଏସ୍ ବିନୋଦ କୁମାର ଜେନାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଶ୍ରୀ ଜେନା ଏବେ ମିଶନ ଶକ୍ତି ବିଭାଗର ଯୁଗ୍ମ ସଚିବ ଅଛନ୍ତି। ସେହିପରି କଟକସ୍ଥିତ ଟେକନିକାଲ ଏଜୁକେସନ୍ ଆଣ୍ଡ ଟ୍ରେନିଂ ନିର୍ଦ୍ଦେଶାଳୟର ଡେପୁଟି ନିର୍ଦ୍ଦେଶିକା ଅନାମିକା ସିଂଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଡେପୁଟି ସିଇଓ ଭାବେ ବଦଳି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |