ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ

ଭୁବନେଶ୍ବର,,୧୧।୧: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।ଲୋଗୋ ଉନ୍ମୋଚନ ଅବସରରେ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଛନ୍ତି ଯେ, ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି । ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ହେଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!