ଆଜିଠାରୁ କୃଷି ଓଡ଼ିଶା-୨୦୨୪

ଭୁବନେଶ୍ୱର,,୧୨।୧: ଆଜିଠାରୁ କୃଷି ଓଡ଼ିଶା-୨୦୨୪|ଆଜି ଠାରୁ ୧୪ ଯାଏଁ କୃଷି ଓଡ଼ିଶା-୨୦୨୪ ଆୟୋଜିତ ହେବାକୁ ଯାଉଛି। ଜନତା ମଇଦାନଠାରେ ଆୟୋଜିତ ଏହି ତିନିଦିନିଆ କାର୍ଯ୍ୟକ୍ରମରେ ମହିଳା କୃଷକ, ସ୍ୱୟଂ ସହାୟକ ଗୋଷ୍ଠୀ, ମହିଳା କୃଷି ଉଦ୍ୟୋଗୀ, ବ୍ୟବସାୟିକ ସଂସ୍ଥା, ସେବା ପ୍ରଦାନକାରୀ ପ୍ରତିଷ୍ଠାନ, କୃଷି ଉଦ୍ୟୋଗୀ ଓ ଶିଳ୍ପଗୁଡ଼ିକ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା ପ୍ରମୁଖ ଲକ୍ଷ୍ୟ ରହିଛି। ସେହିପରି କୃଷି କ୍ଷେତ୍ରରେ ମହିଳାଙ୍କ ଅବଦାନକୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ‘କୃଷି ଓଡ଼ିଶା-୨୦୨୪’ର ବିଷୟବସ୍ତୁ ‘କୃଷି ପ୍ରଗତିରେ ମହିଳା’ ଶୀର୍ଷକ ରଖିଛନ୍ତି। ଏହାସହ କୃଷିକୁ ଅଧିକ ଲାଭଦାୟୀ କରିପାରିଥିବା ମହିଳା କୃଷକଙ୍କ ସର୍ବୋତ୍ତମ ଉତ୍ପାଦ ଓ ଅନୁଶୀଳନକୁ ପ୍ରଦର୍ଶିତ କରିବା ପାଇଁ କାର୍ଯ୍ୟକ୍ରମରେ ଲକ୍ଷ୍ୟ ରଖାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବକୁ ଉଦ୍‌ଘାଟନ କରିବେ। ରାଜ୍ୟପାଳ ରଘୁବର ଦାସ ଉଦ୍‌‌ଯାପନୀ ସମାରୋହରେ ଯୋଗଦେବା ନେଇ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ୫ହଜାର ମହିଳା କୃଷକ ଏବଂ ୨ହଜାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ କୃଷି ଉଦ୍ୟୋଗୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସଫଳ ମହିଳା କୃଷକ ଓ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସମ୍ୱର୍ଦ୍ଧିତ କରାଯିବ। ରାଜ୍ୟରେ କୃଷି, ଉଦ୍ୟାନକୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟଚାଷ ଓ ପ୍ରାଣୀପାଳନ କ୍ଷେତ୍ରରେ ରହିଥିବା ଅନନ୍ୟ ସୁଯୋଗଗୁଡ଼ିକ ପ୍ରଦର୍ଶିତ କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!