ଡାକ୍ତରଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୧ ୨।୧:ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲେ ରାଜ୍ୟ ସରକାର। ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ। ଡାକ୍ତରୀ ଚିଠା, ପିଏମ୍‌ ରିପୋର୍ଟ ପ୍ରାଞ୍ଜଳ ଭାବେ ଲେଖିବାକୁ ନିର୍ଦ୍ଦେଶ ଦେଲେ। କ୍ୟାପିଟାଲ ଲେଟର, ଟାଇପ୍‌ କିମ୍ବା ଗୋଲ୍‌ ଗୋଲ୍‌ ଲେଖିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ନିର୍ଦ୍ଦେଶ। ଲେଖା ଏମିତି ହେବା ଦରକାର ଯେମିତି କିଛି ସଂଶୟ ଉପୁଜୁନଥିବ ବୋଲି ନିର୍ଦ୍ଦେଶନାମାରେ ଲେଖାଯାଇଛି|ରାଜ୍ୟର ସମସ୍ତ ମେଡିକାଲ ସେଣ୍ଟର, ଘରୋଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏହି ନିର୍ଦ୍ଦେଶନାମା ଜାରି କରିଯାଇଛି । ପୂର୍ବରୁ ରାଜ୍ୟରେ କାର୍ଯ୍ୟରତ ଡାକ୍ତରଙ୍କୁ ଏନେଇ ନିର୍ଦ୍ଦେଶ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଔଷଧ ପରାମର୍ଶ ବା ଚିକିତ୍ସା-ଆଇନ୍‌ ସମ୍ବନ୍ଧୀୟ ରିପୋର୍ଟ ଉପଯୁକ୍ତ ହସ୍ତାକ୍ଷରରେ ଲେଖିବା ପାଇଁ ଏହି ନିର୍ଦ୍ଦେଶନାମା ଜାରି କରିବାକୁ ହାଇକୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ ।ଅନେକ ସମୟରେ କେବଳ ଡାକ୍ତର ବା ମେଡିସିନ ଦୋକାନୀ ସେହି ହସ୍ତାକ୍ଷର ପଢି ଔଷଧ ଦିଅନ୍ତି । ମାତ୍ର ସାଧାରଣ ଲୋକ ଏହା ବୁଝିବାରେ ସକ୍ଷମ ହୁଏ ନାହିଁ। କୋର୍ଟ କହିଛନ୍ତି ଡାକ୍ତରମାନେ ସ୍ପଷ୍ଟ ହସ୍ତାକ୍ଷରରେ ପ୍ରେସକ୍ରିପ୍ସନ ଲେଖିବେ, ଫଳରେ ସାଧାରଣ ଲୋକଟିଏ ଔଷଧ ଓ ରୋଗ ବିଷୟରେ ଜାଣିପାରିବ ଓ ବୁଝିପାରିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!