ଭୁବନେଶ୍ବର,୧୩ା୧: ଆଜିଠୁ ଖସିବ ପାରଦ, ବଢିବ ଶୀତ |ଏଣିକି ରାତିର ତାପମାତ୍ରା ହ୍ରାସ ପାଇବ। ଅଧିକାଂଶ ସ୍ଥାନରେ ୨ରୁ ୩ ଡିଗ୍ରି କମିବାକୁ ଥିବାରୁ ଶୀତର ପ୍ରକୋପ ପୁଣିଥରେ ବୃଦ୍ଧି ପାଇବ। ଉପକୂଳ ଓଡ଼ିଶାର ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ପୁଣିଥରେ ୧୫ ଡିଗ୍ରି ଭିତରେ ରହିବାକୁ ଥିବା ବେଳେ ଦକ୍ଷିଣ ଓ ଅଭ୍ୟନ୍ତରୀଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ଭିତରକୁ ଚାଲି ଆସିବ। ୧୫ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ପରିଲକ୍ଷିତ ହେବ । ଆଭ୍ୟନ୍ତିଣ ଏବଂ ଦକ୍ଷିଣ ଓଡ଼ିଶାରେ ଘନ କୁହୁଡ଼ି ପରିଲକ୍ଷିତ ହେବ । ୧୭ ଓ ୧୮ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶୀତ ବଢ଼ିବା ସତ୍ତ୍ବେ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, କେଦନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |