ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ବର,୧୩।୧: ଓଏଏସ୍ ସ୍ତରରେ ଅଦଳବଦଳ ହୋଇଛି।  ରାଜ୍ୟ ସରକାର ୧୨ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି। ଝାରସୁଗୁଡ଼ା ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଲଙ୍କେଶ୍ୱର ଅମାତଙ୍କୁ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ପଲ୍ଲବୀ ନାୟକଙ୍କୁ ରାଉରକେଲା ମହାନଗର ନିଗମର ଯୁଗ୍ମ କମିଶନର ଓ ସୁରଜ କୁମାର ପଟ୍ଟନାୟକଙ୍କୁ ସୁବର୍ଣ୍ଣପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି |ସେହିପରି କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସକୁଙ୍କୁ କେନ୍ଦୁଝର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର, ବସନ୍ତ କୁମାର ସେଠୀଙ୍କୁ କେନ୍ଦୁଝର ମ୍ୟୁନିସପାଲଟିର କାର୍ୟ୍ୟନିର୍ବାହୀ ଅଧିକାରୀ, ତ୍ରିଲୋଚନ ମହାନ୍ତିଙ୍କୁ କେନ୍ଦୁଝର ଉପଜିଳ୍ଲାପାଳ ଏବଂ  ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କରଙ୍କୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ହୋଇଥିବା ବଦଳିକୁ ବାତିଲ କରାଯାଇଛି ।ଅନ୍ୟପଟେ କଟକ ମହାନଗର ନିଗମର ଯୁଗ୍ମ କମିଶନର ଅନୀତା ପାତ୍ରଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।  ଅମିତ୍ ସର୍କାରଙ୍କୁ କୋରାପୁଟ ଅତିରିକ୍ତ ଉପଜିଲ୍ଲାପାଳ ଓ ମଧୁସ୍ମିତା ସାମନ୍ତରାୟଙ୍କୁ ବାରିପଦା ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନାଙ୍କୁ ବ୍ରହ୍ମପୁର ସିଡିଏମଓ କାର୍ୟ୍ୟାଳୟର ପ୍ରଶାସନିକ ଅଫିସର ଭାବେ ବଦଳି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!