କଂଗ୍ରେସରୁ ଇସ୍ତାଫା ଦେଲେ ମିଲିନ୍ଦ ଦେଓରା

ନୂଆଦିଲ୍ଲୀ,୧୪ା୧: ଲୋକସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ କଂଗ୍ରେସକୁ ବଡ ଝଟକା ଲାଗିଛି। ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ମିଲିନ୍ଦ ଦେଓରା  କଂଗ୍ରେସରୁ ଇସ୍ତଫା ଦେଇଛନ୍ତି |ପୂର୍ବତନ ସାଂସଦ ମିଲିନ୍ଦ ଦେଓରା। ଆଜି ସେ ନିଜ ‘ଏକ୍ସ’ ଏକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଆଜି ମୋ ରାଜନୀତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଏହି ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି। ବର୍ଷ ବର୍ଷ ଧରି ସମସ୍ତ ନେତୃବୃନ୍ଦ, ସହକର୍ମୀ ଓ କର୍ମକର୍ତ୍ତାଙ୍କ ଠାରୁ ମିଳିଥିବା ଅବସ୍ମରଣୀୟ ସମର୍ଥନ ପାଇଁ ମୁଁ ସେମାନଙ୍କ ନିକଟରେ କୃତଜ୍ଞ।ଗତ କିଛି ଦିନ ହେଲାଣି ମିଲିନ୍ଦ ଦେଓରା କଂଗ୍ରେସ ଛାଡ଼ିବେ ବୋଲି ଆଲୋଚନା ଜୋର ଧରିଥିଲା। ସେ କଂଗ୍ରେସ ଛାଡ଼ି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବ ସେନାରେ ସାମିଲ ହେବେ ବୋଲି କୁହାଯାଉଥିଲା। ତେବେ ଗତକାଲି ସେ ଏହାକୁ ଉଡ଼ାଖବର କହିଥିଲେ।ମିଲିନ୍ଦ ଦେଓରା ହେଉଛନ୍ତି କଂଗ୍ରେସର ଅନ୍ୟତମ ଜଣାଶୁଣା ନେତା ସ୍ୱର୍ଗତଃ ମୂରଲୀ ଦେଓରାଙ୍କ ପୁଅ। ମିଲିନ୍ଦ ଦେଓରା ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ କଂଗ୍ରେସ ଟିକେଟରେ ମୁମ୍ବାଇ ସାଉଥ୍ ଆସନରୁ ବିଜୟୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ସେ ଏହି ଆସନରୁ ପରାଜିତ ହୋଇଥିଲେ। ଏହି ଦୁଇ ଥର ସେ ଶିବ ସେନା (ସେତେବେଳେ ଭାଗ ହୋଇ ନଥିଲା) ନେତା ଅରବିନ୍ଦ ସାୱନ୍ତଙ୍କ ନିକଟରୁ ପରାସ୍ତ ହୋଇଥିଲେ। ଶିବ ସେନା ଭାଗ ହେବା ପରେ ଅରବିନ୍ଦ ସାୱନ୍ତ ରହିଛନ୍ତି ଉଦ୍ଧବ ଠାକରେଙ୍କ ସହିତ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!