ଇନ୍ଦୋର,୧୪।୧:ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ ଇଣ୍ଡିଆ ମୋହାଲିରେ ପ୍ରଥମ ଟି -୨୦ ଜିତିଥିଲା। ତିନି ମ୍ୟାଚ୍ ବିଶିଷ୍ଟ ଟି-ଟ୍ୱେଣ୍ଟି ସିରିଜ୍ର ଆଦି ଦ୍ୱିତୀୟ ମ୍ୟାଚ୍ରେ ରୋହିତ ଶର୍ମା ନେତୃତ୍ୱାଧୀନ ଭାରତୀୟ ଦଳ । ପ୍ରଥମ ଥର ପାଇଁ ବିରାଟ କୋହଲି ଆଜି ଖେଳିବେ। ବ୍ୟକ୍ତିଗତ କାରଣ ଯୋଗୁଁ ସେ ପ୍ରଥମ ମ୍ୟାଚ୍ ଖେଳିପାରି ନ ଥିଲେ। ପ୍ରଥମ ମ୍ୟାଚ୍ରେ ଆଫଗାନିସ୍ତାନକୁ ୬ ୱିକେଟ୍ରେ ପରାସ୍ତ କରି ଭାରତ ୧-୦ରେ ଆଗୁଆ ଥିବା ବେଳେ ଆଜିର ମ୍ୟାଚ୍ ଜିତି ସିରିଜ୍ ବିଜୟୀ ହେବା ପାଇଁ ଚେଷ୍ଟା କରିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |