ନୂଆଦିଲ୍ଲୀ,୧୬।୧: ଜମ୍ମୁ-କାଶ୍ମୀରର କିସ୍ତୱାରରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ୮ଟା ୫୩ ମିନିଟ୍ରେ ଏହି ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୬ ମାପ କରାଯାଇଥିଲା । ଏହି ଭୂକମ୍ପରେ ଏପର୍ଯ୍ୟନ୍ତ କୌଣସି ଆହତଙ୍କ ଖବର ମିଳିନାହିଁ । ତେବେ ଭୂକମ୍ପରେ ଲୋକମାନେ ଭୟଭୀତ ହୋଇ ନିଜ ଘରୁ ଦୌଡି ପଳାଇଥିବାର ଦେଖିବାକୁ ମିଳିଥିଲା ।ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ କିଶ୍ଟୱାଡ ବୋଲି କୁହାଯାଉଛି । ଏହି ଭୂକମ୍ପର ଗଭୀରତା ୫ କିଲୋମିଟର ବୋଲି ମାପ କରାଯାଇଛି । କେବଳ ଏତିକି ନୁହେଁ, ଚୀନର ଜିଜଙ୍ଗ ପ୍ରଦେଶରେ ମଧ୍ୟ ସକାଳ ସାତଟାରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଥିଲା । ସେହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୭ ରେ ମାପ କରାଯାଇଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |