ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ

ପୁରୀ,୧୭।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ଶୁଭଲଗ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ।ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି ।ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ମହାରାଜାଙ୍କ ଉପସ୍ଥିତିରେ ନଡ଼ିଆ ପିଟି ଏହାକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ଶ୍ରୀମନ୍ଦିରର ଚାରିଦ୍ବାର ବେଦ ଧ୍ବନୀରେ ପ୍ରକମ୍ପିତ ହୋଇଛି। ଦୀର୍ଘ ଶତାବ୍ଦୀର ଆଶା ଆକାଂକ୍ଷା ପୂରଣ ହୋଇଛି। ଏହି ଐତିହାସିକ ମୁହୂର୍ତ୍ତକୁ ସାଢେ ଚାରି କୋଟି ଓଡ଼ିଶାବାସୀ  ଅପେକ୍ଷା କରି ରହିଥିଲେ। ମହାରାଜ ଶ୍ରୀ ଦିବ୍ୟସିଂହ ଦେବ ଯଜ୍ଞରେ ପୂର୍ଣ୍ଣାହୂତି ପ୍ରଦାନ କରିଛନ୍ତି। ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଙ୍କୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ। ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ। ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ। ସେହିପରି ସନ୍ଧ୍ୟାରେ ଲାଇଟ୍ ଏବଂ ସାଉଣ୍ଡ ଶୋ’ର ବ୍ୟବସ୍ଥା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!