ଭୁବନେଶ୍ୱର,୧୮ା୧:ମୁଖ୍ୟମନ୍ତ୍ରୀ ଜଗନାଥ ଏକ୍ସପ୍ରେସ୍ ବସ୍ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ୱର ଦେଇ ପୁରୀକୁ ଶୀତତାପ ନିୟନ୍ତ୍ରିତ ବସ୍ ଚାଲିବ। ଆସନ୍ତା ୨୨ ତାରିଖରୁ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପୁରୀ ଶ୍ରୀମନ୍ଦିରକୁ ପ୍ରତ୍ୟେକ ଦିନ ଯେପରି ୧୦ ହଜାର ଶ୍ରଦ୍ଧାଳୁ ବସ୍ ଯୋଗେ ଆସିପାରିବେ, ସେଥିପାଇଁ ଏକ ମାସ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ଯୋଜନାରେ ଆରମ୍ଭ ହେଲା ଏହି ସେବା । ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ଚାଲିବ । ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍ସେବା ଆରମ୍ଭ ହେଲା । ଜିଲ୍ଲା ସଦରମହକୁମାରୁ ଭୁବନେଶ୍ଵର ଦେଇ ମହାପ୍ରଭୁଙ୍କ ଧାମ ପୁରୀକୁ ଯିବ ବସ୍ । “ଲକ୍ଷ୍ମୀ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ୍ର ମୂଲ୍ୟ ୫ ଟଙ୍କା,ଶ୍ରୀଜଗନ୍ନାଥ ଏକ୍ସପ୍ରେସରେ ମା’ମାନଙ୍କ ପାଇଁ ଟିକଟ ମୂଲ୍ୟ ୫୦ ପ୍ରତିଶତ ରହିବ । ଏହା ସହ ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ଓଡିଶା ବିକାଶର ଶିଖରରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |