ଫେବ୍ରୁଆରୀ ୫ରୁ ବିଧାନସଭା ଆରମ୍ଭ

ଭୁବନେଶ୍ୱର,୧୯ା୧:ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଫେବ୍ରୁଆରୀ ୫ ରୁ ବିଧାନସଭା କାମଚଳା ବଜେଟ ଅଧିବେଶନ । ଫେବ୍ରୁଆରୀ ୫ ରୁ ୧୩ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲେଖାନୁଦାନ( କାମଚଳା ବଜେଟ) ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି|ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁସାରେ ଷୋଡଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଫେବ୍ରୁୟାରୀ ୫ ତାରିଖରୁ ବସିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ ।ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍‌ ( କାମଚଳା ବଜେଟ) ପାରିତ ହେବ ।୧୦ ଓ ୧୧ ତାରିଖ ଶନିବାର ଓ ରବିବାର ପାଇଁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି।ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!