ଭୁବନେଶ୍ୱର,୧୯ା୧: ରାଜ୍ୟରେ ଶୀତର ଲହରୀ ଜାରି । ରାଜ୍ୟରେ ଘନ କୁହୁଡ଼ି ସହ ବିଭିନ୍ନ ସ୍ଥାନରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାଜ୍ୟର କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ଗଞ୍ଜାମ, ବୌଦ୍ଧ, କଟକ, ଢ଼େଙ୍କାନାଳ, ଅନୁଗୁଳ ୧୧ଟି ଜିଲ୍ଲାଗୁଡ଼ିକୁ ଘନ କୁହୁଡ଼ି ପାଇଁ ସତର୍କତା ଜାରି କରାଯାଇଛି । ଏହା ସହ ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂବ ାର୍ନୁମାନ କରାଯାଇଛି । ଏହା ସହ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଏବେ ଫସଳ ଅମଳ ଚାଲିଥିବାରୁ ବର୍ଷା ଯୋଗୁଁ ଅମଳ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଦେଖା ଦେଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |